ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଖୋଲା ଜିମ୍ନି ଗାଡିରେ ବସି କୋର ଅଞ୍ଚଳ ବୁଲିବା ସହ ବନ୍ୟଜନ୍ତୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ। ପ୍ରଥମ ଥର ପାଇଁ ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ। ବର୍ଷାଋତୁ ପାଇଁ ଗତ ଜୁନ ୩୦ ତାରିଖରୁ ବନ୍ଦ ଥିଲା ଶିମିଳିପାଳ ଅଭୟାରଣ୍ୟ। ତେଣୁ ଚଳିତ ୨୦ଦିନ ପୂର୍ବରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଛି।ତେବେ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଉଦ୍ଦେଶ୍ୟରେ ଖୋଲାଯାଇଛି। ପ୍ରବେଶ ନିମନ୍ତେ ଅନୁମତି ପତ୍ର ବାରିପଦା ପିଠାବଟା ଓ ଯଶୀପୁର କାଣିଆଣି ବୁକିଂ କାଉଣ୍ଟାରୁ ସକାଳ ୬ରୁ ସକାଳ ୯ ପର୍ଯ୍ୟନ୍ତ ମିଳିପାରିବ। ତେବେ ପର୍ଯ୍ୟଟକ କେବଳ ପିଠାବଟା ଓ ଯଶିପୁରର କାଳିଆଣି ଦେଇ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିପାରିବେ। ଦୈନିକ ସର୍ବାଧିକ ୨୫ଟି ଗାଡ଼ି ପିଠାବଟା ତନଖି ଫାଟକ ଦେଇ ପ୍ରବେଶ କରିବ। ତେଣୁ ଏ ନେଇ ବନବିଭାଗ ପକ୍ଷରୁ ସମସ୍ତ କାର୍ଯ୍ୟ ସଠିକ ଭାବରେ କାର୍ଯ୍ୟକାରୀ କରାଯାଇଛି।

Related Articles

Back to top button