ରାଜ୍ୟରେ କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିଲାବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା

ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି । ଚଳିତ ବର୍ଷ ମୌସୁମୀ ବାୟୁ ଠିକ୍ ସମୟରେ ଓଡ଼ିଶା ଛୁଇଁଥିଲେ ସୁଦ୍ଧା କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିଲାବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି । ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିଲେ ମଧ୍ୟ ୧୬ଟି ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଆଗାମୀ ଚାରିଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ଜୁନ ୧ରୁ ୩୦ ତାରିଖ ମଧ୍ୟରେ ୨୦୯. ୩ ମିମି ପରିମାଣର ବର୍ଷା ଆବଶ୍ୟକତା ଥିବାବେଳେ ୧୫୩.୬ ମିମି ବର୍ଷା ହୋଇଛି । ନିଅଣ୍ଟିଆ ବର୍ଷାରେ ଚାଷୀମାନେ କିପରି ଫସଲ ଚାଷ କରିବେ ତାହା ଚିନ୍ତାର କାରଣ ସାଜିଛି ।

Related Articles

Back to top button