ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ ୪୦ ହଜାର ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା ବୁଧବାର ଗଣମଧ୍ୟମକୁ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ। କମ୍ପ୍ୟୁଟର ବେସ୍‌ ଟେଷ୍ଟ ମାଧ୍ୟମରେ ଏହି ପରୀକ୍ଷା ହେବ ଓ ସମସ୍ତଙ୍କୁ ନିଯୁକ୍ତିରେ ଭାଗ ନେବାକୁ ସୁଯୋଗ ମିଳିବ ବୋଲି ସେ କହିଛନ୍ତି।

ଆସନ୍ତା ଏପ୍ରିଲଠାରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ ହେଉଥିବା ବେଳେ ନୂଆ ନିଯୁକ୍ତି ମିଳିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହା ସ୍କୁଲରେ ଖାଲି ପଡ଼ିଥିବା ଶିକ୍ଷକ ପଦ ପୂରଣରେ ସହାୟକ ହେବ ବୋଲି ଆଶା କରାଯାଉଛି।

Related Articles

Back to top button