ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟକୁ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଅଗ୍ରସର ହୋଇଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, କୋରାପୁଟ ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଆଗାମୀ ଦୁଇ ଦିନ ମଧ୍ୟରେ ସାରା ଓଡିଶାରୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି ।

ମୌସୁମୀ ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ରାଜ୍ୟର କିଛି ଜିଲ୍ଲାରେ ମୌସୁମୀ ବର୍ଷା ଦେଖିବାକୁ ମିଳିଛି । ଖୋର୍ଦ୍ଧା, କଟକ ଓ ପୁରୀରେ ବର୍ଷା ଲାଗି ରହିଛି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଥିବା ସୂଚନା ମିଳିଛି । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁଁ ବିଭିନ୍ନ ସ୍ଥାନରେ ଜନଜୀବନ ପ୍ରଭାବିତ ହୋଇଛି । ବର୍ଷା ଜଳରେ ବୁଡିଛି ଅନେକ ଅଞ୍ଚଳ । ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଲହଡି ମାରୁଛି ।

Related Articles

Back to top button