ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବାପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଏହାଫଳରେ ଆଶାତୀତ ଭାବେ ଦିନର ତାପମାତ୍ରା ହ୍ରାସ ପାଇଛି ।

ଅନ୍ୟପଟେ ଆରବ ସାଗରରେ ସୃଷ୍ଟି ହୋଇଥିବା ଭୀଷଣଘୂର୍ଣ୍ଣିଝଡ ‘ବିପର୍ଯ୍ୟୟ’ ଦୁର୍ବଳ ହୋଇଥିବା ବେଳେ ଉତ୍ତର ପଶ୍ଚିମା ବାୟୁର ବେଗ ଏବଂ ଦିଗରେ ପରିବର୍ତ୍ତନ ଯୋଗୁଁ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ମଙ୍ଗଳବାର ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥବା ବେଳେ ସେଦିନ ପୁରୀରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ଡକ୍ଟର ସାହୁ କହିଛନ୍ତି ।ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଜୁନ୍ ୨୧ ପର୍ଯ୍ୟନ୍ତ ତାପମାତ୍ରା ୪୦ ରୁ ୪୨ ଡିଗ୍ରୀ ସେଲସିୟସ ରହିପାରେ। ତେବେ ଉପକୂଳ ଅଞ୍ଚଳରେ ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଜୁନ୍ ୨୩ ତାରିଖ ପରେ ସାରା ରାଜ୍ୟରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସରୁ କମ୍ ରହିବ ବୋଲି ସେ କହିଛନ୍ତି ।

Related Articles

Back to top button