ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ପରିକ୍ରମା ପ୍ରକଳ୍ପର ଉଦଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ଏସଓପି କରିବାକୁ ଲକ୍ଷ୍ୟ ରହିଛି।

ପ୍ରତିଦିନ ସ୍ୱତନ୍ତ୍ର ସମୟରେ ଏହି ଦର୍ଶନ ବ୍ୟବସ୍ଥା କରାଯିବ। ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପ୍ରକଳ୍ପରେ ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

Related Articles

Back to top button