କଟକରେ ନକଲି ଔଷଧ କାରବାର ମାମଲା: ତଦନ୍ତ ପାଇଁ ରାଜ୍ୟ ବାହାରକୁ ଗଲା ସ୍ବତନ୍ତ୍ର ପୋଲିସ ଟିମ

କଟକ: ନକଲି ଔଷଧ କାରବାର ମାମଲାରେ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି କଟକ କମିଶନରେଟ ପୋଲିସ । ଦୁଇ ଷ୍ଟକିଷ୍ଟଙ୍କୁ ଗରିଫ କରିବା ପରେ ଏବେ ନକଲି ଔଷଧ କାରବାରର ମୁଖ୍ୟ କାର୍ପେଟଦାରର ସନ୍ଧାନ ଆରମ୍ଭ କରିଛି ପୋଲିସ । ତେବେ ଗିରଫ ଅଭିଯୁକ୍ତଙ୍କ ଠାରୁ କିଛି ଗୁରୁତ୍ବପୂର୍ଣ୍ଣ ସୂଚନା ପାଇବା ପରେ ୪ ଜଣିଆ ସଦସ୍ୟ ବିଶିଷ୍ଟ ଏକ ସ୍ବତନ୍ତ୍ର ପୋଲିସ ଟିମ ରାଜ୍ୟ ବହାରକୁ ଯାଇଥିବା ସୂଚନା ଦେଇଛନ୍ତି କଟକ ଡିସିପି ପିନାକ ମିଶ୍ର ।

କଟକରେ ନକଲି ଔଷଧ କାରବାର ମାମଲାରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ନକଲି ଔଷଧର ପେଣ୍ଠସ୍ଥଳୀ ନିକଟରେ ପହଞ୍ଚିବା ପାଇଁ ପୋଲିସର ଏକ ସ୍ଵତନ୍ତ୍ର ଟିମ୍ ରାଜ୍ୟ ବାହାରକୁ ଯାଇଛନ୍ତି । ଏହି ଘଟଣାର ଲିଙ୍କ୍ ଖୋଜିବା ପାଇଁ ଚଢ଼ାଉ ପରେ ଚଢ଼ାଉ କରୁଛି ପୋଲିସ । ତେବେ ଗତ ସେପ୍ଟେମ୍ବର ୧୯ (ସୋମବାର) କଟକ ମହତାବ ରୋଡରୁ ପୁରୀଘାଟ ପୋଲିସ ଓ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗର ମିଳିତ ଟିମ୍ ନକଲି ଟେଲମା ୪୦ର ପାଖାପାଖି ୧୩୪୦ ଷ୍ଟ୍ରିପ୍‌ ଜବତ କରିଥିଲେ ।

ସେପ୍ଟେମ୍ବର ୧୯ (ସୋମବାର) ଜବତ ନକଲି ଔଷଧର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଥିଲା । କୋଲକାତାର ଏକ ସଂସ୍ଥା ଭିଆର୍‌ ଡ୍ରଗ୍ସକୁ ଏହି ଔଷଧ ଯୋଗାଇ ଦେଇଥିଲା। ସେପ୍ଟେମ୍ବର ୧୦ ତାରିଖ ଦିନ ଏହି ଔଷଧ କୋଲକାତାରୁ ଆସି ମହତାବ ରୋଡ୍‌ରେ ଥିବା ଏକ ଟ୍ରାନ୍ସପୋର୍ଟ କମ୍ପାନୀରେ ପହଞ୍ଚି ଥିଲା। ତେବେ ଏନେଇ ଟ୍ରାନ୍ସପୋର୍ଟ କମ୍ପାନୀର ମ୍ୟାନଜେରଙ୍କୁ ପଚରାଉଚରା କରାଯାଥିଲା । ନକଲି ଔଷଧର ଉତ୍ପାଦନର ପେଣ୍ଠସ୍ଥଳୀ ନିକଟରେ ପହଞ୍ଚିବା ପର୍ଯ୍ୟନ୍ତ ତଦନ୍ତ ଜରି ରହିବ ବୋଲି କହିଥିଲେ କଟକ ଡିସିପି।

Related Articles

Back to top button