
ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ: ମହାପ୍ରଭୁଙ୍କୁ ଲାଗି ହେବ ସ୍ୱତନ୍ତ୍ର ଭୋଗ
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ, ଯାହା ବାଳଧୂପ ନାମରେ ପରିଚିତ। ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା , ଦୋଭଜା , ଲିଆ , ଅଦା , ଖଇ , ନଡିଆ , ଖୁଦି , ଚାଉଳିଆ , ସେଓ , କମଳା , କଦଳୀ , କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ।