ଶ୍ରୀମନ୍ଦିରରେ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।

ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି। ଶ୍ରୀହସ୍ତରେ ସୁବର୍ଣ୍ଣ ନୀଳଭୂଜ ଲାଗି ହୋଇଥାଏ। ବାଉଁଶ ପାତିଆ ଓ କନାର ନିର୍ମିତ ଚୂଳ ତ୍ରିମୁଣ୍ଡି ଶ୍ରୀମସ୍ତକରେ ଉପରେ ରହିଥାଏ। ଚୂଳର ଅଗ୍ର ଭାଗରେ ଚନ୍ଦ୍ରିକା ଶୋଭା ପାଇଥାଏ।କର୍ଣ୍ଣ ଦେଶରେ କୁଣ୍ଡଳ, କଟିତଟରେ ଓଡିଆଣୀ,ମସ୍ତକରେ ତଡଗୀ, ଚନ୍ଦ୍ର, ସୂର୍ଯ୍ୟ ଓ ଚିତା ଇତ୍ୟାଦି ସ୍ୱର୍ଣ୍ଣ ଅଳଙ୍କାରରେ ଭୂଷିତ ହୋଇଥାନ୍ତି। ଏତଦ୍ ବ୍ୟତୀତ ଶ୍ରୀବିଗ୍ରହମାନେ ବିଭିନ୍ନ ପୁଷ୍କ ଅଳଙ୍କାର, ବାରଳାଗି ପାଟ ଶାଢ଼ି, ଫୁଟା, ଶିରକପଡ଼ା, ପହରଣ, ବଳା, ଅଧର ଓ ଉତ୍ତରୀୟ ବସ୍ତ୍ରରେ ସଜ୍ଜିତ ହୋଇଥାଏ। ଏହି ଅପୂର୍ବ ରୂପ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଶ୍ରୀ ବିଗ୍ରହଙ୍କୁ ଦର୍ଶନ କରି ଶ୍ରଦ୍ଧାଳୁ ମାନେ ଅନେକ ତୃପ୍ତି ଲାଭ କରିଥିବା ଭକ୍ତ ମାନେ ବ୍ୟକ୍ତ କରିଛନ୍ତି ।

Related Articles

Back to top button