ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ

ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ରଙ୍କ ସେବକ ମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର। ଶ୍ରୀମନ୍ଦିରରେ ଏହି ନୀତି ଅନୁଷ୍ଠିତ ଥିବାରୁ ଗତକାଲି ୩ ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ଅନୁସାରେ ଶ୍ରୀଜିଉଙ୍କ ମୁଖମଣ୍ଡଳକୁ ସଜ୍ଜିତ କରାଯିବ ।

ନୀତି ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହୁଏ । ଦ୍ୱିତୀୟ ଭୋଗ ମଣ୍ଡପ ସରିବାପରେ ଏହି ନୀତି ଆରମ୍ଭ ହେବ । ଠାକୁରଙ୍କ ଶ୍ରୀମୁଖଶୃଙ୍ଗାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନହୋଇଥାଏ । ଏହି ଦିନରେ ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହୋଇଥାଏ ।

Related Articles

Back to top button