ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଅପରାହ୍ନରେ ୪ ଘଣ୍ଟା ବନ୍ଦ ରହିବ

ପୁରୀ: ଶ୍ରୀମନ୍ଦିରରେ ସୋମବାର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ସର୍ବସାଧାରଣ ଦର୍ଶନ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ବନ୍ଦରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button