ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ

ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସନ୍ଧ୍ୟା 7 ଟା ରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।ଏଥିସହିତ କ୍ୟାବିନେଟ୍ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ କାମଚଳା ବଜେଟକୁ ମଞ୍ଜୁରୀ ମିଳିବ ।ଆସନ୍ତା 5 ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି । ଏଥି ଲାଗି କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

Related Articles

Back to top button