ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ୨୬ ପ୍ରାଥମିକ ଶିକ୍ଷକଙ୍କୁ ନିଲମ୍ବିତ କଲେ ଓଡ଼ିଶା ସରକାର
ଭୁବନେଶ୍ୱର: ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ସ୍ବରୂପ ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ୧୫୪ ପ୍ରାଥମିକ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ କରୁଥିବା ୯୬ ଜଣଙ୍କୁ ବହିଷ୍କାର କରାଯାଇଛି।
ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ସ୍ବରୂପ ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୧୫୪ ପ୍ରାଥମିକ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ କରୁଥିବା ୯୬ ଜଣଙ୍କୁ ବହିଷ୍କାର କରାଯାଇଛି। pic.twitter.com/zs2IS15lu2
— I & PR Department, Odisha (@IPR_Odisha) December 19, 2022
ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାର ସାମଗ୍ରୀକ ବିକାଶ ପାଇଁ ଗୁରୁତ୍ୱ ଦେଇ ଆସୁଛନ୍ତି । ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ଅଧିକ ବ୍ୟବସ୍ଥିତ କରିବା ସହ ବ୍ଲକ୍ ଓ ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଶିକ୍ଷା ବ୍ୟସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରି ଆସୁଛନ୍ତି । ଏସବୁ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ବିଭାଗ ପକ୍ଷରୁ ଗତ ୧୬ ଏବଂ ୧୭ ତାରିଖରେ ସେଣ୍ଟ୍ରାଲ ଜୋନ୍ର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀମାନଙ୍କ ପାଇଁ ଦୁଇଦିନିଆ କର୍ମଶାଳା ଓ ସମିକ୍ଷା ଅନୁଷ୍ଠିତ ହୋଇଯାଇଛି ।
ତେବେ ବହୁ ଦିନ ଧରି ଅନେକ ଶିକ୍ଷକ ଅନୁପସ୍ଥିତ ରହିଥିବା ଏହି କର୍ମଶାଳାର ସମିକ୍ଷା ବୈଠକରେ ସରକାରଙ୍କ ନଜରକୁ ଆସିଥିଲା । ତେଣୁ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିଛନ୍ତି ।