ପଞ୍ଚଭୂତରେ ଲୀନ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ପଞ୍ଚଭୂତରେ ଲୀନ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ।  ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦ ସହ ଅନ୍ତିମ ସଂସ୍କାର କରାଯାଇଛି। ପୁଅ ବାବୁଶାନ ମୁଖାଗ୍ନି ଦେଇଥିଲେ।ଓଲିଉଡ୍‌ର ବରିଷ୍ଠ ଅଭିନେତା ତଥା ପ୍ରଥମ ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତି ଗତ କିଛିମାସ ହେଲା ଲିଭର ସିରୋସିସ୍‌ରେ ପୀଡ଼ିତ ଥାଇ ଚିକିତ୍ସାଧୀନ ଅବସ୍ଥାରେ ଗୁରୁଗ୍ରାମର ମେଦାନ୍ତ ହସ୍‌ପିଟାଲରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଥିଲା। ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା । ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଗତକାଲି ଚିରବିଦାୟ ନେଇଛନ୍ତି । ଉତ୍ତମ।

Related Articles

Back to top button