
ଓଆରଏଚଡିସି ଦୁର୍ନୀତି ମାମଲାରେ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ମିଳିଛି ଜାମିନ । ଓଆରଏଚଡିସି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆବେଦନକୁ ଗ୍ରହଣ କରିବା ପରେ ଭିଜିଲାନ୍ସକୁ କୋର୍ଟ ନୋଟିସ କରିଛନ୍ତି । ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଦ୍ୱାରସ୍ତ ହୋଇଥିଲେ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ । ମୋକିମଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ ।