ଥାନା ଅଧିକାରୀଙ୍କ ଘରୁ ନଗଦ ୩୭ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ
ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି।ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା। ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।