ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆଜିଠାରୁ ଆରମ୍ଭ

ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ଆଜିଠୁ ଆରମ୍ଭ ହୋଉଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରା । ମାଆଙ୍କ ପୀଠରେ ପାଞ୍ଚଟି ମଙ୍ଗଳବାରରେ ପାଳନ ହେବ ଏହି ପର୍ବ । ଶ୍ରଦ୍ଧାଳୁମାନେ ମାଆଙ୍କ ନିକଟରେ ମାନସିକ ରଖିବା ସହିତ ଦର୍ଶନ କରିବେ। ଏନେଇ ଚଳଚଞ୍ଚଳ ମାଆ ତାରାତାରିଣୀଙ୍କ ପୀଠ । ସ୍ଵତନ୍ତ୍ର ରୀତିନୀତି ସହକାରେ ହେଉଛି ମାଆଙ୍କ ପୂଜାର୍ଚ୍ଚନା ।

ଯାତ୍ରାରେ ଲକ୍ଷାଧିକ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଭକ୍ତମାନେ ପାହାଡ ଉପରକୁ ଯିବା ପାଇଁ ୨୦ରୁ ୨୫ଟି ବସ ଚଳାଚଳ କରିବ । ଏଥିସହିତ ମନ୍ଦିର ଉପରେ ଓ ତଳେ ପାନୀୟ ଜଳ , ପାର୍କିଂ ସ୍ଥାନ ,ବ୍ୟାରିକେଡ ଭଳି ବ୍ୟବସ୍ଥା କରାଯାଇଛି। ଅନେକ ମାନସିକଧାରୀ ମୁଣ୍ଡନ କରିବା ନିମନ୍ତେ ଏହି ସମୟରେ ମନ୍ଦିରକୁ ଆସିଥାନ୍ତି । ଏଥିପାଇଁ ୬ଟି ସ୍ଥାନରେ ମୁଣ୍ଡନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଚୈତ୍ର ଯାତ୍ରା ଏପ୍ରିଲ ୨୩ ତାରିଖରେ ଶେଷ ହେବ । ଚଳିତ ବର୍ଷ ୫ଟି ମଙ୍ଗଳବାର ପଡୁଥିବାରୁ ମାଆଙ୍କ ସ୍ଵତନ୍ତ୍ର ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ହେବେ ମାଆ ।

Related Articles

Back to top button