
ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା
ଜୀବନ ହାରିଲେ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଧାରାବାହିକ ‘କେମିତି କହିବି କହ’ରେ ସେ ଅଭିନୟ କରିଥିଲେ । ଭୁବନେଶ୍ୱର ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ରଶ୍ମି ଭଡ଼ାରେ ରହୁଥିଲେ ।
ଆଜି ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ । ମୃତଦେହ ନିକଟରୁ ନୟାପଲ୍ଲୀ ଥାନା ପୋଲିସ ଏକ ସୁଇସାଇଡାଲ ନୋଟ ଜବତ କରିଛି । ସେଥିରେ ଲେଖା ଅଛି ମୋ ମୃତ୍ୟୁ ପାଇଁ କେହି ଦାୟୀ ନୁହଁନ୍ତି । ଅର୍ଥାତ୍ ତାଙ୍କ ମୃତ୍ୟୁ ପାଇଁ ସେ କାହାରିକୁ ଦାୟୀ କରିନାହାନ୍ତି ।
ରଶ୍ମିଙ୍କ ଘର ଜଗତସିଂପୁର ଜିଲ୍ଲା ତିର୍ତ୍ତୋଲ ସଙ୍କେତପାଟଣାରେ । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଏହା ପ୍ରକୃତରେ ଆତ୍ମହତ୍ୟା ନାଁ ଆଉ କିଛି ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।