ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି, ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ
ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାକୁ
ନେଇ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ଅନ୍ୟପଟେ ମାଲକାନଗିରି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମପ୍ରବାହ ଏବଂ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ପରିସ୍ଥିତିର ମୁକାବିଲାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି ।
ତେବେ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପ ଅଞ୍ଚଳକୁ ମୌସୁମୀ ଆଜି ଅଗ୍ରସର ହୋଇଛି । ଆଗାମୀ ୩ -୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ-ଆଣ୍ଡାମାନ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆହୁରି କିଛି ଅଂଶରେ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।
#Warning for Day-1 & Day-2:
Day-3 to Day-5: Nil pic.twitter.com/qmQbFG7XdR— Meteorological Centre, Bhubaneswar (@mcbbsr) May 19, 2023
ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।