ରାଜ୍ୟରେ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ତାପମାତ୍ରା : କମିବ ଶୀତର ପ୍ରକୋପ

ଆସନ୍ତା ୩ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ସହିତ ଶୀତର ପ୍ରକୋପ କମିବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।୯ ତାରିଖରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି। ବିଶେଷ କରି ରାତି ୨ ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ସତର୍କ କରାଯାଇଛି। ବର୍ତ୍ତମାନ ସାରା ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ୭ଦିନ ଯାଏଁ ଏଭଳି ପାଗ ଲାଗି ରହିବ । ଉତ୍ତର-ପୂର୍ବ ଭାରତରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଫଳରେ ଶୀତ ଲହରୀ ଜାରି ରହିଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ।

Related Articles

Back to top button