୧୧ ତାରିଖ ପରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ରାଜ୍ୟରେ ଆସନ୍ତା ୨ଦିନ ଲାଗି ରହିବ ବର୍ଷା । ୧୧ ତାରିଖ ପରେ ବର୍ଷା ପରିମାଣ ବଢ଼ିବାର ରହିଛି ସମ୍ଭାବନା । ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ହୋଇପାରେ ଘଡ଼ଘଡ଼ି । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମିଳିଥିବା ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା । ଏସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହୋଇପାରେ ବର୍ଷା । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲାରେ ବଜ୍ରପାତ, ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ କେତେକ ଜିଲାରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Related Articles

Back to top button