ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ କମୁଛି
ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ କମୁଛି । ରାଜ୍ୟରେ ୩ରୁ ୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ। ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ମଧ୍ୟ ରହିଛି । ସେଥିପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନା ମୁତାବକ ,୩ରୁ ୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ , ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।