ଖୁବ୍ ଶୀଘ୍ର ବିଜେପି ଘୋଷଣା କରିପାରେ ଏହାର ବିଧାନସଭା ପ୍ରାର୍ଥୀ ତାଲିକା

ଖୁବ୍ ଶୀଘ୍ର ବିଜେପି ଏହାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ବିଧାନସଭା ସମେତ ବାକି ଥିବା ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଆସିପାରେ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଯାଇଛନ୍ତି । ତାଙ୍କ ସହ ମାନସ ମହାନ୍ତି ବି ଦିଲ୍ଲୀ ଯାଇଛନ୍ତି ।

ଆଜି ଉଭୟ ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିଛନ୍ତି । ବିଧାନସଭା ପ୍ରାର୍ଥୀ ତାଲିକା ସହ ବାକିଥିବା 3 ଲୋକସଭା ଆସନ, ଯାଜପୁର, କଟକ ଓ କନ୍ଧମାଳ ଟିକେଟ ନେଇ ପ୍ରାର୍ଥୀଙ୍କ ବିଷୟରେ ଆଲୋଚନା ହେବାର ଅଛି ।

Related Articles

Back to top button