କଳା ଟଙ୍କା ଏବଂ ମଦ ବ୍ୟବହାରକୁ ରୋକିବାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ

ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦ ବ୍ୟବହାରକୁ ରୋକିବାକୁ ଗୁରୁତ୍ୱ ଦେଇଛନ୍ତି । ଏନେଇ ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି । ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିଦେ୍ର୍ଦଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଯୋଗ ଦେଇଥିଲେ । ଏହା ପରେ ମୁଖ୍ୟ ଶାସନ ସଚିବ ଏବଂ ଉନ୍ନୟନ କମିଶନର, ପୋଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ।

Related Articles

Back to top button