ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣାରେ ଶୋକ ବ୍ୟକ୍ତ କରିବା ସହ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ପ୍ରଦାନ କରାଯିବ।

ସୂଚନାଯୋଗ୍ୟ ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀର ଏସ୍‌କେ ରାଜେଶ୍‌ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିଲେ। ପ୍ରାୟ ସାଢ଼େ ୨ଟାରେ ମୁକୁଳା ଡ୍ରେନ୍‌ରେ ବେଲୁନ୍‌ ଭାସି ଭାସି ଯାଉଥିଲା। ସେହି ବେଲ୍‌ନକୁ ଆଣିବା ପାଇଁ ଏସ୍‌କେ ରାଜେଶ୍‌ ଓ ତାଙ୍କର କିଛି ସାଥୀମାନେ ଡ୍ରେନ୍‌ ଭିତରକୁ ଯାଇଥିଲା। ବେଲୁନ୍‌ ଆଣୁଥିବା ବେଳେ ପ୍ରବଳ ବେଗରେ ଆସୁଥିବା ବର୍ଷା ପାଣିରେ ଭାସି ଯାଇଥିଲେ ଏସ୍‌କେ ରାଜେଶ୍‌। ତାଙ୍କ ସାଥୀମାନେ ବର୍ତ୍ତି ଯାଇଥିଲେ। ସେମାନେ ଚିତ୍କାର କରିବାରୁ ସାହି ଲୋକେ ଉଦ୍ଧାର ପାଇଁ ଡ୍ରେନ୍‌ ଭିତରେ ପଶିଥିଲେ ହେଲେ ପିଲାଟିକୁ ପାଇନଥିଲେ।ଏହାପରେ ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର ପାଇଁ ଘଟଣାସ୍ଥଳକୁ ଯାଇଥିଲେ। ପ୍ରାୟ ଘଣ୍ଟାଏ ପରେ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଚେତାଶୂନ୍ୟ ଅବସ୍ଥାରେ ରାଜେଶଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।

Related Articles

Back to top button