ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୪ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଚିକିତ୍ସା ଖର୍ଚ୍ଚ ମଧ୍ୟ ସରକାର ବହନ କରିବେ। ଏହାସହ ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସଆରସି ଏହି ତଦନ୍ତ କରିବେ। ସକାଳେ ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଥିଲେ।

ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ୨ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୨୮ଜଣଙ୍କୁ କଟକ ଓ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସହ ଜଣେ ଶିଶୁ ଅବସ୍ଥା ସଙ୍କଟାପନ୍ନ ରହିଛି। ନରେନ୍ଦ୍ର ପୁଷ୍କରିଣୀରେ ନିଖୋଜ ଓ ମୃତକଙ୍କୁ ଅଗ୍ନିଶମ ବାହିନୀ ଖୋଜିବା ଜାରି ରଖିଛି। ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।

Related Articles

Back to top button