ସେପ୍ଟେମ୍ବର ୩୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ।

ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭାରତୀୟ ଜନତା ପାର୍ଟିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ତାଙ୍କର ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରକୁ ଯିବେ । ଏହା ପରେ ଅକ୍ଟୋବର ୧ରେ ଚାଇଁବାସାର କୋଲ୍‌ହାନ୍‌ କୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛନ୍ତି ।

Related Articles

Back to top button