ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଆଗାମୀ ଡିସେମ୍ବର ୨୩ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।