ମାର୍ଚ୍ଚରୁ ମେ’ ଯାଏଁ ସ୍ୱାଭାବିକଠାରୁ ଅଧିକ ରହିବ ଦିନ ତାପମାତ୍ରା

ମାର୍ଚ୍ଚରୁ ମେ’ ଯାଏଁ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା । ମାର୍ଚ୍ଚରୁ ମେ’ ମଧ୍ୟରେ ଗ୍ରୀଷ୍ମ ଲହର ଅବଧି ବୃଦ୍ଧି ସମ୍ଭାବନା ରହିଛି । ଅସ୍ୱାଭାବିକ ଗରମ ସାଙ୍ଗକୁ ପୂର୍ବ ରେକର୍ଡ ଭାଙ୍ଗିପାରେ ତାତି । ମାସ ତମାମ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା ରହିବ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉଭୟ ଦିନ ଓ ରାତିରେ ତାପମାତ୍ରା ସ୍ୱାଭାବିକଠୁ ଅଧିକ ରହିବ । ଏବେ ପଶ୍ଚିମ ଓଡ଼ିଶାର ତାପମାତ୍ରା ୩୫ ଡିଗ୍ରୀ ପାର୍ କରିଛି । ଶୁକ୍ରବାର ଝାରସୁଗୁଡ଼ାରେ ସର୍ବାଧିକ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ସମ୍ବଲପୁରରେ ୩୬.୪, ହୀରାକୁଦରେ ୩୫.୬ ଓ ଭୁବନେଶ୍ବରରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ଚଳିତ ମାସରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ଆଶଙ୍କା କରାଯାଉଛି ।ସୂଚନାଯୋଗ୍ୟ, ସାଧାରଣତଃ ଫେବ୍ରୁଆରୀ ମାସ ବେଳକୁ ଶୀତ ପ୍ରକୋପ ରହିଥାଏ । କିନ୍ତୁ ଏ ବର୍ଷ ଫେବୃଆରୀ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଛି ।

Related Articles

Back to top button