ଅବପାତ ଦୁର୍ବଳ ହୋଇ ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ହେବ ପରିଣତ

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଦୁର୍ବଳ ହୋଇ ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଆଜି ସକାଳେ ଅବପାତ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିଛି । ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ।

ଆଗାମୀ ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଦୁଇ ଜିଲ୍ଲା କଳାହାଣ୍ଡି ଓନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବରଗଡ଼, ବଲାଙ୍ଗିର,ନୂଆପଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ। ବାକି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଆସନ୍ତା ୨୩ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Related Articles

Back to top button