୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି

ହୀରାକୁଦ  ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ଗୋଟିଏ ଓ ଡାହାଣ ପାର୍ଶ୍ଵ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୯୯ ହଜାର ୩୨୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨ଟି ସ୍ଲୁଇସ୍ ଗେଟ୍, ଅନ୍ୟାନ୍ୟ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୬୮ ହଜାର ୬୯୬ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳଭଣ୍ଡାରର ଜଳ ପତନ ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ୬୦୮.୧୭ ଫୁଟ୍ ରହିଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଗତ ୨୪ ଘଂଟାରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୧୦.୭୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧୩.୨୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।

Related Articles

Back to top button