BSKY ନେଇ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ
BSKY କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍ଓୟୁ ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସ୍ପିଟାଲଗୁଡ଼ିକ ପୂର୍ବଭଳି ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚିକିତ୍ସା ବାବଦକୁ ହସ୍ପିଟାଲ୍ଗୁଡ଼ିକ ଯେଉଁ ବିଲ୍ ଦେବେ ପୂର୍ବଭଳି SHAS ମାଧ୍ୟମରେ ଅର୍ଥ ପାଇବେ। ରୋଗୀମାନେ ଯେପରି ଚିକିତ୍ସା ସେବା ପାଇବାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ନହେବେ, ତାହା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ହସ୍ପିଟାଲଗୁଡ଼ିକୁ କହିଛନ୍ତି।
ରାଜ୍ୟରେ ସରକାର ବଦଳୁଥିବା ଦେଖି BSKY କାର୍ଡ କାମ କରିବନି କହି କିଛି ଘରୋଇ ହସ୍ପିଟାଲ ରୋଗୀମାନଙ୍କୁ ଫେରାଇ ଦେଉଥିବା ଅଭିଯୋଗ ହୋଇଥିଲା। ରୋଗୀମାନଙ୍କୁ ନିଜ ଖର୍ଚ୍ଚରେ ଚିକିତ୍ସା ପାଇଁ ଘରୋଇ ମେଡିକାଲଗୁଡ଼ିକ କହୁଥିବା କିଛି ରୋଗୀ ଅଭିଯୋଗ କରିଥିଲେ।