
ସୁସ୍ଥ ହେଲେ ମହାପ୍ରଭୁ
ପୁରୀ: ସୁସ୍ଥ ହେଲେ ମହାପ୍ରଭୁ । ସ୍ନାନପୂର୍ଣ୍ଣିମା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ବରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଦଶମୀରେ ଚକାବିଜେ ଅନୁଷ୍ଠିତ ହୋଇଥିବାବେଳେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ଔଷଧ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାବାହୁ । ଶ୍ରୀଜିଉ ସୁସ୍ଥ ହେବାର ସମାଚାର ନେଇ ଆଜି ଦଇତାପତି ସେବକମାନେ ଶ୍ରୀନଅରକୁ ଯାଇ ଗଜପତିଙ୍କୁ ଅବଗତ କରାଇବେ । ପରମ୍ପରା ଅନୁସାରେ ମହାପ୍ରଭୁଙ୍କ ଅଣବସର ସମୟରେ ଶ୍ରୀଅଙ୍ଗରୁ ବାହାରିଥିବା ବିବିଧ ସାମଗ୍ରୀକୁ ପ୍ରସାଦ ରୂପରେ ରାଜନଅରକୁ ବିଜେ କରାଯିବ । ଏହି ବିଜେ ନୀତିକୁ ରାଜପ୍ରସାଦ ବିଜେ କୁହାଯାଏ । ସକାଳ ଧୂପ ଭୋଗ ମଣ୍ଡପ ପରେ ଏହି ବିଶେଷ ନୀତି ସମ୍ପାଦନ କରାଯିବ ।