ଭବାନୀପାଟଣାରେ ଦିନ ତାପମାତ୍ରା ସର୍ବାଧିକ ୩୫ ଡିଗ୍ରୀ

ଆଜି ରାଜ୍ୟର ୧୩ଟି ସହରର ସର୍ବୋଚ୍ଚ ଦିନ ତାପମାତ୍ରା ୩୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିଲା। ପାରଳାଖେମୁଣ୍ଡି ଓ ଭବାନୀପାଟଣାରେ ଦିନ ତାପମାତ୍ରା ସର୍ବାଧିକ ୩୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ଟିଟିଲାଗଡ଼ ଓ ମାଲକାନଗିରିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୫ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୩୪.୪ ଓ କଟକରେ ୩୩ ଡିଗ୍ରୀ ରହିଥିଲା।

ଚାନ୍ଦବାଲିରେ ଆଜି ସର୍ବୋଚ୍ଚ ଦିନ ତାପମାତ୍ରା ୩୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ କଟକରେ ୩୩, ଅନୁଗୋଳରେ ୩୩.୭, ବଲାଙ୍ଗିରରେ ୩୩.୮, ସୋନପୁରରେ ୩୩.୫, ଭଦ୍ରକରେ ୩୩.୧ ଓ ଢେଙ୍କାନାଳରେ ୩୩.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ବାଲେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୨.୩ ରହିଥିବା ବେଳେ ବାରିପଦାରେ ୩୧, ସମ୍ବଲପୁରରେ ୩୨.୧, ହୀରାକୁଦରେ ୩୨.୪, ତାଳଚେରରେ ୩୨.୮, ଫୁଲବାଣୀରେ ୩୨.୪, ବୌଦ୍ଧରେ ୩୨, ରାୟଗଡ଼ାରେ ୩୨.୮, ନୂଆପଡ଼ାରେ ୩୨ ଓ ନବରଙ୍ଗପୁରରେ ୩୨.୫ ଡିଗ୍ରୀ ରେକର୍ଡ କରାଯାଇଥିଲା।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତ ରାତିରେ ଉପକୂଳ ଓଡ଼ିଶାରେ ସ୍ୱାଭାବିକ ଠାରୁ ୨ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଅଧିକ ରହିଥିଲା। ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ୩ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଥିଲା । ସେହିପରି ଆଗାମୀ ୩ ଦିନ ଯାଏ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ପରବର୍ତ୍ତୀ ୨ ଦିନ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ଘଟିବାରେ ସମ୍ଭାବନା ରହିଛି।

Related Articles

Back to top button