ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ଦାଖଲ ପ୍ରକ୍ରିୟା

ସାଧାରଣ ନିର୍ବାଚନ ୨୦୨୪କୁ ନେଇ ଚାଲିଛି ଜୋର୍‌ଦାର ପ୍ରସ୍ତୁତି । ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ ପ୍ରକ୍ରିୟା।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ’ ୧୩ରେ ହେବ ଭୋଟ୍ ଗ୍ରହଣ । ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ , ୨୫ ଏପ୍ରିଲରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

Related Articles

Back to top button