ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି

ଆସନ୍ତା ୨୭ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ତେବେ ଏହା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ଏହାପରେ ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଓ ୨୦ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ । ୨୭ ତାରିଖ ଦିନ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ତା’ପରେ ସନ୍ଧ୍ୟା ୫ଟାରୁ ଭୋଟ ଗଣତି ଆରମ୍ଭ ହେବ ।

୧୫ଟି ରାଜ୍ୟର ମୋଟ ୫୬ଟି ଆସନ ପାଇଁ ନିର୍ବାଚନ ହେବ । ସେହି ସମସ୍ତ ଆସନ ମଧ୍ୟରେ ଓଡ଼ିଶାର ୩ଟି ଆସନ ଖାଲି ରହିଛି । ବିଜେଡିର ଦୁଇ ସାଂସଦ ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସମାପ୍ତ ହେଉଛି ।ଓଡ଼ିଶାର କେଉଁ ପ୍ରାର୍ଥୀମାନେ ଏଥର ରାଜ୍ୟସଭାକୁ ଯିବ ତା’ ଉପରେ ଏବେ ସଭିଙ୍କ ନଜର ରହିଛି ।

Related Articles

Back to top button