ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର 

ଭୁବନେଶ୍ୱର: ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ । 5 00:03 / 02:32 ସେହିପରି ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ପବନ ନେଇ ୱାର୍ଣ୍ଣିଂ ଜାରି କରାଯାଇଥିଲା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, କଟକକୁ ୱାର୍ଣ୍ଣିଂ ଜାରି କରାଯାଇଥିଲା । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦-୫୦ କିମି ପବନ ବହିବା ସମ୍ଭାବନା ରହିଥିଲା। ତେବେ ଯଦି ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ହୁଏ, ତେବେ ତାତିରୁ ତ୍ରାହି ମିଳିବ ବୋଲି ଆଶା କରାଯାଉଛି । ସେପଟେ ଆଗାମୀ କିଛି ଦିନ ଯାଏ ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ । ତେବେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Related Articles

Back to top button