
ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ
ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ ସ୍ୱୟଂଶାସିତ ସଂସ୍ଥା ଗଠନ କରାଯିବା ସହ ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।