
ରାଜ୍ୟ କ୍ୟାବିନେଟ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି
ରାଜ୍ୟ କ୍ୟାବିନେଟ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଗତକାଲି ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୭ଟି ବିଭାଗ ‘ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ’ର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଏନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।