
ଆସନ୍ତାକାଲି ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।
ଆସନ୍ତାକାଲି ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ୪ର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ ।ବୁଧବାର ଦିନ ୧୧ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏସଓପି ଏବଂ ସୁଭଦ୍ରା ରୂପରେଖ ଉପରେ ଆଲୋଚନା ହୋଇପାରେ । ଏଥିସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।