ସରକାର ବିରୋଧରେ ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ।

ସରକାର ବିରୋଧରେ ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ। ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ କଂଗ୍ରେସର ଶତାଧିକ କର୍ମୀ। କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ ବାହାରି ଲୋୟର ପିଏମଜିରେ ପହଞ୍ଚିଥିଲେ।

ପରେ ସେମାନେ ଲୋକସଭା ଭବନ ଆଡକୁ ଯିବାବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା। ଏହି ସମୟରେ ପୁଲିସ ଓ କଗ୍ରେଂସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟିଥିଲା ଲୋୟର ପିଏମଜି। ପୁଲିସ କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇ ଅଟକ ରଖିଛି।

Related Articles

Back to top button