ସମଲେଇ ପ୍ରକଳ୍ପ ଲୋକାର୍ପଣ ପାଇଁ ଜାନୁଆରୀ ୨୭କୁ ଛୁଟି ଘୋଷଣା କଲେ ରାଜ୍ୟସରକାର

ଆସନ୍ତା ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ପ୍ରକଳ୍ପର ଲୋକର୍ପଣ କରିବେ । ସେଥିପାଇଁ ୨୭ ତାରିଖକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ଏହା ପୂର୍ବରୁ ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମଧ୍ୟ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ । ସେହିଦିନ ସମସ୍ତ ସରକାରୀ ଅଫିସ, ସ୍କୁଲ ଓ କଲେଜ ବନ୍ଦ ରହିଥିଲା ।

ସମ୍ବଲପୁରର ସମଲେଇ ପ୍ରକଳ୍ପ ଲୋକର୍ପଣ ଉତ୍ସବ ପାଇଁ ଜୋରସୋରରେ କାର୍ଯ୍ୟ ଜାରି ରହିଛି । ୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କରାଯାଉଛି । ସେଥିପଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି ପରିଶ୍ରମ କରୁଛନ୍ତି ।

Related Articles

Back to top button