ଆଶାକର୍ମୀଙ୍କ ମାସିକ ଦରମା 4 ହଜାର 500 ରୁ 7 ହଜାର ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଆଶାକର୍ମୀଙ୍କ ମାସିକ ଦରମା 4 ହଜାର 500 ରୁ 7 ହଜାର ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ଘୋଷଣା କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ସେବା ନିବୃତ୍ତି ରାଶି 1 ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ପୂର୍ବରୁ ସେବା ନିବୃତ୍ତି ସମୟରେ ସେମାନେ 50 ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ 1 ଲକ୍ଷ ଟଙ୍କା ପାଇବେ ।

ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ 59 କୋଟି 43 ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ 208 କୋଟି ଟଙ୍କା ଖର୍ଚ୍ଚ କରିବେ । ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ 55 ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଏହାଦ୍ବାରା ରାଜ୍ୟର 49 ହଜାର 522 ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ 148 କୋଟି 57 ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ।

Related Articles

Back to top button