୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ

୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଜ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ ସ୍ତରର ୬.୪ ପ୍ରତିଶତ ତୁଳନାରେ ଅଧିକ । ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ । ରାଜ୍ୟରେ ସେବାକ୍ଷେତ୍ରର ଯୋଗଦାନ ପ୍ରାୟ ୩୭ ପ୍ରତିଶତ ଏବଂ ଏହାର ୧୦ ପ୍ରତିଶତ ହାରରେ ଅଭିବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି । ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଦୃଢ ଅଭିବୃଦ୍ଧି, ବାଣିଜ୍ୟ ଏବଂ ମରାମତି ସେବା କ୍ଷେତ୍ରର ଦୁଇଅଙ୍କ ବିଶିଷ୍ଟ ଅଭିବୃଦ୍ଧି ଏହାର ପ୍ରମୁଖ ଯୋଗଦାନକାରୀ । ସାଧାରଣତଃ ବିଶ୍ଵସ୍ତରରେ ବିକଶିତ ଅର୍ଥନୀତି ଗୁଡିକରେ ସେବା କ୍ଷେତ୍ରର ବୃହତ ଅଂଶ ଯୋଗଦାନ ରହିଥାଏ । ଉଦାହରଣ ସ୍ୱରୂପ ୨୦୨୧ ରେ ଆମେରିକାର ମୋଟ ସଂଯୋଗିତ ମୂଲ୍ୟରେ ସେବା କ୍ଷେତ୍ରର ଅଂଶ ୭୭.୬ ପ୍ରତିଶତ ଥିଲା । ସେବା କ୍ଷେତ୍ରରେ ଅଧିକ ଅଭିବୃଦ୍ଧି ଭବିଷ୍ୟତର ଅର୍ଥନୀତି ପାଇଁ ଏକ ଶୁଭ ସଙ୍କେତ ଅଟେ ।

୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟଠାରୁ ଏହାର ବ୍ୟବଧାନ ଏକ ଅଙ୍କ (୮.୮ ପ୍ରତିଶତ)କୁ ହ୍ରାସ ପାଇଛି । ଅନ୍ୟ ରାଜ୍ୟ ତୁଳନାରେ ମୁଣ୍ଡପିଛା ଆୟ ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି । ୨୦୨୩-୨୪ ଅର୍ଥକ ବର୍ଷର ତଥ୍ୟ ଅନୁଯାୟୀ ଯଦି ଓଡିଶା ମୁଣ୍ଡପିଛା ଆୟବୃଦ୍ଧିକୁ ୧.୦ ପ୍ରତିଶତ ପଏଣ୍ଟରେ ତ୍ବରାନ୍ବିତ କରିବାରେ ସଫଳ ହୁଏ, ତେବେ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ମୁଣ୍ଡପିଛା ଆୟ ଜାତୀୟ ସ୍ତରର ମୁଣ୍ଡପିଛା ଆୟ ସହିତ ପ୍ରାୟ ସମକକ୍ଷ ହୋଇପାରିବ । ଆଗାମୀ ଦିନରେ ରାଜ୍ୟ ଏକ ଦ୍ରୁତ ଅଭିବୃଦ୍ଧି ପାଇଁ ପ୍ରସ୍ତୁତ । ଅଭିବୃଦ୍ଧିର ପ୍ରମୁଖ ସହାୟକ ଯଥା; ଜମି, ଶ୍ରମ, ପୁଞ୍ଜି, ସମ୍ବଳ ଏବଂ ଗିରିଭୂମି ଅଟେ । ୨୦୨୩ ମସିହାରେ ୧.୫ ଲକ୍ଷ ବର୍ଗ କିଲୋମିଟର ମୋଟ ଭୌଗୋଳିକ କ୍ଷେତ୍ରର ପ୍ରାୟ ୪.୩ ପ୍ରତିଶତ ନିର୍ମିତ କ୍ଷେତ୍ର ଥିଲା । ସମ୍ଭାବ୍ୟ ନିବେଶକଙ୍କ ପାଇଁ ରାଜ୍ୟ ପର୍ୟ୍ୟାପ୍ତ ଜମି ପ୍ରଦାନ କରୁଛି । ଗତ ୬ ବର୍ଷରେ ଶ୍ରମଶକ୍ତିର ଆକାର ୫୩ ପ୍ରତିଶତ ବୃଦ୍ଧି ପାଇ ଏବେ ପ୍ରାୟ ୨.୨୨ କୋଟିରେ ପହଞ୍ଚିଛି । ୨୦୧୭-୧୮ ଆର୍ଥିକ ବର୍ଷ ପରଠାରୁ ଓଡିଶାରେ ପାଖାପାଖୂ ୧ ନିୟୁତ ସ୍ମାଇଳ ଯୋଡି ହୋଇଛନ୍ତି ।

Related Articles

Back to top button