ଆସନ୍ତା ୨୦ ଓ ୨୧ ତାରିଖରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା

ଆସନ୍ତା ୨୦ ଓ ୨୧ ତାରିଖରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ୨୦ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିଭଳି ୨୧ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକା ବର୍ଷା ସମ୍ଭାବନା ରହୁଛି। ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ଝାରସୁଗୁଡ଼ା, ଦେବଗଡ଼, ନବରଙ୍ଗପୁର, କଳାହାଣ୍ଡି ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୩ ରୁ ୪ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଉଲ୍ଲେଖଥାଉକି, ବାତ୍ୟା ମିଧିଲି ବାଂଲାଦେଶ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିନାହିଁ।

Related Articles

Back to top button