ଗତବର୍ଷ ତୁଳନାରେ ଏ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣା ବୃଦ୍ଧି ପାଇଛି

ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଲାଣି ଡେଙ୍ଗୁ । ଗତବର୍ଷ ତୁଳନାରେ ଏ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣା ବୃଦ୍ଧି ପାଇଛି । ବର୍ଷା ବଢିବା ସହିତ ଡେଙ୍ଗୁ ବି ବଢୁଛି । ଚଳିତ ସପ୍ତାହରେ ଗୁରୁବାର ସୁଦ୍ଧା ରାଜ୍ୟରେ ୨୮୮ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେହି ଦିନ କେବଳ ୧୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ୨୮୮ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ସହରାଞ୍ଚଳରେ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଥିବାରୁ କଟକ, ଭୁବନେଶ୍ୱରକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଆଗକୁ ଆହୁରି ବଡ ବର୍ଷା ଅଛି , ଏଣୁ ଅଧିକ ସତର୍କ ରହିବା ସହ ଅଧିକ ସଚେତନ କରିବାକୁ ପଦକ୍ଷେପ ମଧ୍ୟ ନିଆଯାଇଛି । ରାଜ୍ୟର ସମସ୍ତ ଜିଲ୍ଲା ଚିକିତ୍ସାଳୟକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ ।

Related Articles

Back to top button