ଲଗାତାର ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ବରିଷ୍ଠ ନେତା

୨୦୨୪ ନିର୍ବାଚନ ପାଇଁ ତତ୍ପରତା । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ବରିଷ୍ଠ ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ। ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ସମୀକ୍ଷା କରିବେ।ଏହାପରେ ୧୫ ତାରିଖରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ମଧ୍ୟ ଓଡ଼ିଶା ଆସିବେ। ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୁରୀ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ। ଗଡ଼କରୀଙ୍କ ପରେ ୨୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ଅନେକ ଗୁଡିଏ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ମାସ ଶେଷ ବେଳକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ।

Related Articles

Back to top button