ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

ମୋହନା: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ୩ ଜଣ ହେଲେ ଅରୁଣ ସାହୁ, ମୁଠା ଦଳାଇ ଓ ଆଉ ସୁନୀଲ ଦଳାଇ।
୩ ଶ୍ରମିକ ରାତିରେ  ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଗ୍ୟାସ ଲିକରୁ ଶ୍ୱାସରୁଦ୍ଧ ହୋଇପଡିଥିବା ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି କବାଟ ଭାଙ୍ଗି ସେମାନଙ୍କୁ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Related Articles

Back to top button