ରାଜ୍ୟର ୫ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାର କେତେକ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତୀ ଅଂଚଳରେ ଆକାଶ ଆଂଶିକ ମେଘାଛନ୍ନ ରହିଛି ।
#Weather briefing by #Head & Scientist-F Dr. H.R. Biswas for next five days, based on 0830 Hrs IST observation of #09th March 2023.https://t.co/pQOHUbOekU
— Meteorological Centre, Bhubaneswar (@mcbbsr) March 9, 2023
ସେହିଭଳି ଗତ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୭ ଦଶମିକ ୮ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନବରଙ୍ଗପୁରରେ ୧୬ ଦଶମିକ ୮ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଦଶମିକ ୭ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୧ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୫ ଦଶମିକ ୨ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୧ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟୁଇଟ୍ରୁ ଏହି ସୂଚନା ମିଳିଛି ।