
୨ ଦିନ ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା
ରାଜ୍ୟରେ ଆସନ୍ତା ୨ ଦିନ ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଘଡଘଡି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି । ଖାସକରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷାକୁ ନେଇ ୩ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗର ପବନ ବହିବ । ବର୍ଷା ସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।